ଭୁବନେଶ୍ୱର (ଆମ ଟିଭି): ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମ୍ବିିବାରେ ଲାଗିଛି।
ଶୁକ୍ରବାର ସକାଳ ସୁଦ୍ଧା ଭିଜିଲାନ୍ସ ସୂଚନା ମୁତାବକ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଏବଂ ଉତ୍ତରପ୍ରଦେଶ ମଥୁରାର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଦୁଇଟି ମିଶାଇ ମୋଟ ୩୬ଟି ପ୍ଲଟ ରହିଛି। ଏଥିସହିତ ୨.୨୬ କୋଟି ଟଙ୍କା ଜମା ଆକାରରେ ଭିଜିଲାନ୍ସ ପାଇଛି। ବିଭିନ୍ନ ବୀମା କମ୍ପାନୀଗୁଡିକରେ ରାଉତ ୧.୮୬ କୋଟି ଟଙ୍କା ନିବେଶ କରିଛନ୍ତି। ତେବେ ବ୍ୟାଙ୍କରେ ୪୦.୩୯ ଲକ୍ଷ ଟଙ୍କା ଜମା ଆକାରରେ ରହିଛି। ଏପର୍ଯ୍ୟନ୍ତ ଆକଳନ କରାଯାଇଥିବା ମୋଟ ଜମା ୨୨, ୦୦୦ କୋଟିରୁ ଅଧିକ ହେବ। ଏବେ ଭିଜିଲାନ୍ସ ଶେୟାର ଏବଂ ଅନ୍ୟାନ୍ୟ ଆର୍ଥିକ ଉପକରଣରେ ବିନିଯୋଗର ଅଧିକ ବିବରଣୀ ଯାଞ୍ଚ କରୁଥିବା କହିଛି