ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

0

ଭୁବନେଶ୍ୱର (ଆମ ଟିଭି): ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ହୋମ୍‌ଗର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି। ମାତ୍ର ତାଙ୍କୁ କେହି ପଚାରନ୍ତିନି। ନୂଆ ନିଯୁକ୍ତି ମଧ୍ୟ ଦିଆଯିବ। ରାଜ୍ୟରେ ୨୯୯୮ ହୋମ୍‌ଗାର୍ଡଙ୍କୁ ପୁନଃ ନିଯୁକ୍ତି ମିଳିବ। ଏଥିସହିତ କାର୍ଯ୍ୟରତ ହୋମଗାର୍ଡଙ୍କ ଦେହାନ୍ତ ହେଲେ କ୍ଷତିପୂରଣ ଦେବାକୁ ଯୋଜନା ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ମୃତ୍ୟୁ ପରେ ପରିବାରର ଜଣଙ୍କୁ ମଧ୍ୟ ଚାକିରି ମିଳିବ। ଆଉ ୧୦ଟି ଓଡ୍ରାଫ୍‌ ୟୁନିଟ୍‌ ବଢ଼ାଯିବ ବୋଲି ସେ କହିଛନ୍ତି।

ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.