ଭୁବନେଶ୍ୱର (ଆମ ଟିଭି): ବର୍ଷାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ରାଜ୍ୟରେ ଆଜି ଓ ଆସନ୍ତାକାଲି ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୭ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହି ଜିଲ୍ଲା ଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।