ସୀମା ଅନୁପ୍ରବେଶବେଳେ ଗୁଳି ବିନିମୟ, ୨ ଆତଙ୍କବାଦୀ ମୃତ

0

ଭାରତୀୟ ସୀମାରେ ଅନୁପ୍ରବେଶ ପାଇଁ ଉଦ୍ୟମ ଚଳାଇଥିବାବେଳେ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି। ବୁଧବାର ଜାମ୍ମୁ କାଶ୍ମୀରର ବାରାମୁଲ୍ଲା ଜିଲାର ଲାଇନ୍ ଅଫ୍ କଣ୍ଟ୍ରୋଲ୍ (ଏଲଓସି)ରେ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ଭାରତୀୟ ସେନା ଅଟକାଇବାରେ ସଫଳ ହୋଇଛି। ପ୍ରାୟ ୨ରୁ ୩ଜଣ ୟୁଆଇ ଆତଙ୍କବାଦୀ ବାରାମୁଲ୍ଲା (ଉତ୍ତର କାଶ୍ମୀରର) ଉରି ନାଲାରେ ସାଧାରଣ ଅଞ୍ଚଳ ସରୋଜଭାନ ଦେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ସେହି ଅନୁପ୍ରବେଶକାରୀଙ୍କୁ ଭାରତୀୟ ସେନା ଯବାନ ଅଟକାଇଥିଲେ। ଫଳସ୍ୱରୂପ ସେମାନେ ସେନା ଉପରକୁ ଗୁଳି ଚାଳନା କରିଥିଲେ। ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କୁ ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଆତଙ୍କବାଦୀ ଏବଂ ସେନା ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଭାରତୀୟ ସେନାର ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଅନୁପ୍ରବେଶ କରିବାକୁ ଉଦ୍ୟମ ଚଳାଇଥିବା ଆତଙ୍କବାଦୀଙ୍କୁ ନିପାତ ପାଇଁ ଅପରେସନ୍ ଚାଲିଛି ବୋଲି ସେନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ମଙ୍ଗଳବାର ଦିନ ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣର ୨୪ ଘଣ୍ଟାରୁ କମ୍ ସମୟ ମଧ୍ୟରେ ଅନୁପ୍ରବେଶ ବିଡ୍ ଅତି କମରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିଲା।

Leave A Reply

Your email address will not be published.