ଦିନକରେ ୨୫ ସ୍କ୍ରବ୍ ଟାଇଫସ୍ ଆକ୍ରନ୍ତ ଚିହ୍ନଟ

0

ଭୁବନେଶ୍ୱର(ଆମ ଟିଭି): ଦିନକୁ ଦିନ କାୟା ମେଲାଉଛି ସ୍କ୍ରବ୍ ଟାଇଫସ୍। ଆକ୍ରନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷା କରାଯାଇଥିବା ୧୦୮ଟି ନମୁନା ମଧ୍ୟରୁ ୨୫ଟି ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଯଥେଷ୍ଟ ଔଷଧ ମହଜୁଦ ରହିବା ସହ ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି। ଗତ ଜାନୁଆରି ମାସରୁ ଆଜିର ତାରିଖ ଯାଏ ୩୫୫ ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ।

Leave A Reply

Your email address will not be published.