ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର: ସ୍ଥିତି ସମୀକ୍ଷା କଲେ ପ୍ରଶାସନ

0

ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ଭକ୍ତଙ୍କ ମନରେ ଆଶା ସଞ୍ଚାର ହୋଇଛି। ଏଭଳି ସ୍ଥିତିରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ନେଇ ସ୍ଥିତି ସମୀକ୍ଷା କରାଯାଇଛି। ଅତିରିକ୍ତ ଜିଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଏହାର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ୪ ଦ୍ବାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ଏହାର ମଧ୍ୟ ସମୀକ୍ଷା କରାଯାଇଛି। ଅନ୍ୟପକ୍ଷେ ସିଂହଦ୍ବାର ସାମ୍ନାରେ ଲାଗିଥିବା ଏସି ଟନେଲକୁ ଇତିମଧ୍ୟରେ ଖୋଲା ଯାଇଛି।

ସୂଚନା ଯୋଗ୍ୟ, ଗୋଟିଏ ଦ୍ୱାର ଦେଇ ବହୁସଂଖ୍ୟକ ଭକ୍ତ ଯିବା ଦ୍ୱାରା ମନ୍ଦିରରେ ପ୍ରବଳ ଗହଳି ହେଉଛି। ଏପରିକି ଅନେକ ଭକ୍ତ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇପଡୁଥିବା ଦେଖିବାକୁ ମିଳୁଛି। ସେହିପରି ବେଳେବେଳେ ଭକ୍ତ ବାନ୍ତି କରିଦେଉଥିବାରୁ ଓ ଭିଡ଼ରେ କ୍ଷତାକ୍ତ ହୋଇ ରକ୍ତ ପଡୁଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ହେଉଛି। ଏଥିଯୋଗୁ ନୀତି ବିଳମ୍ବ ହେବା ସହ ଦର୍ଶନରେ ବିଳମ୍ବ ଘଟୁଛି। ଚାରିଦ୍ୱାର ଖୋଲା ହେଉ ନ ଥିବାରୁ ଭକ୍ତମାନେ ହଇରାଣ ହୋଇ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି।

Leave A Reply

Your email address will not be published.