ଭୁବନେଶ୍ୱର(ଆମ ଟିଭି): ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଓଡ଼ିଶାରେ ଶୁଭାରମ୍ଭ ହେଲା ୫ଜି ସେବା । ୫ଜି ସେବାର ଶୁଭାରମ୍ଭ କଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନୀ ଉତ୍ସବରେ ସାମିଲ ହୋଇଛନ୍ତି । ତେବେ ପ୍ରଥମ ପର୍ୟ୍ୟାୟରେ ଟ୍ୱିନସିଟିରେ ୫ଜି ଯୋଡି ହୋଇଛି । ପରବର୍ତ୍ତୀ ପର୍ୟ୍ୟାୟରେ ୫ଟି ସହରରେ ଏହି ସେବା ଆରମ୍ଭ ହେବ ।
୫-ଜି ସେବା ପାଇଁ ରିଲାଏନ୍ସ ଏବଂ ଏୟାରଟେଲ ପକ୍ଷରୁ ୫୧୦ଟି ବିଟିଏସ୍ ବିଭିନ୍ନ ସହରରେ ସ୍ଥାପନ କରାଯାଇଛି । ୫-ଜି ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ । ଦେଶରେ ଗତବର୍ଷ ଅକ୍ଟୋବର ପହିଲାରେ ୫- ଜି ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିବା ବେଳେ ଆଜି ଓଡ଼ିଶାରେ ଆରମ୍ଭ ହୋଇଛି ପଞ୍ଚମ ଜେନେରେସେନ୍ ମୋବାଇଲ୍ ନେଟୱର୍କ ।