ଭୁବନେଶ୍ଵର: ଭୁବନେଶ୍ୱର ମଦନପୁରସ୍ଥିତ ନିସ୍ ଶିକ୍ଷାନୁଷ୍ଠାନ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରତିଷ୍ଠାତା, ସମ୍ପାଦକ ଡକ୍ଟର ସୁଭାଷ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଏନ.ଏସ.ଏସ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ସମ୍ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରି ବକ୍ତବ୍ୟ ପ୍ରଦାନ କରିଥିଲେ l
ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଡେପୁଟି ଡାଇରେକ୍ଟର ଡକ୍ଟର ଦୁଷ୍ମନ୍ତ କୁମାର ପଟ୍ଟନାୟକ, ଜଏଣ୍ଟ ରେଜିଷ୍ଟାର ଡକ୍ଟର ଭବାନୀ ଶଙ୍କର ରଥ ଓ ପ୍ରଶାସନିକ ଅଧିକାରୀ ପିତାମ୍ବର ଚୟନୀଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ l