ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହକି ବିଶ୍ୱକପ୍ ଉଦଘାଟନୀ ଉତ୍ସବ

0

କଟକ (ଆମ ଟିଭି): ରାତି ପାହିଲେ ହକି ବିଶ୍ୱକପର ଉଦଘାଟନୀ ଉତ୍ସବ । ଦୁଲୁକିବ ବାରବାଟୀ ଷ୍ଟାଡିୟମ । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ୟ୍ୟକ୍ରମ ସହ ଏହାର ଶୁଭାରମ୍ଭ ଦେଖିବ ସାରା ବିଶ୍ୱ । ଏନେଇ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ପର୍ୟ୍ୟାୟରେ । ଆଉ ଏଥିରେ ମୁଖ୍ୟ ଆକର୍ଷଣ ପାଲଟିବେ ବଲିଉଡ ଷ୍ଟାର ଆଇକନ୍ । ଖାସ୍ କରି ଉଦଘାଟନୀ ଉତ୍ସବରେ ଧମାଲ କରିବେ ରଣବୀର ସିଂ ଓ ଦିଶା ପଟାନୀ ।

କିଛି ଦିନ ହେଲା କଳାକାର ମାନେ ନିଜର ଅଭ୍ୟାସ ଜାରି ରଖିଛନ୍ତି । ଶତାଧିକ ନୃତ୍ୟଶିଳ୍ପୀ ନିଜ ନିଜର ଅଭ୍ୟାସ କରୁଛନ୍ତି । ସେହିଭଳି ପ୍ରୀତମଙ୍କ ସଙ୍ଗୀତର ଯାଦୁରେ ଝୁମିବେ ଉପସ୍ଥିତ ଦର୍ଶକ । ଉଦଘାଟନୀ ଉତ୍ସବରେ ୩୦ ହଜାର ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଅତ୍ୟାଧୁନିକ ବିଶାଳ ମଂଚ କରାଯାଇଛି । ହକି ଉଦଘାଟନୀ ଉତ୍ସବ ପାଇଁ ବାରବାଟୀ ଷ୍ଟାଡିୟମ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଷ୍ଟାଡିୟମ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୫୦ ପ୍ଲାଟୁନ ପୁଲିସ ଫୋର୍ସଙ୍କୁ ନିୟୋଜିତ କରାଯିବ ।

Leave A Reply

Your email address will not be published.