ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଗୁଳି ମାରିଥିବା ଦୁବୃର୍ତ୍ତଙ୍କୁ କାବୁ କଲା ପୋଲିସ

0

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା କୁହାଯାଉଛି। ଏଣେ ରକ୍ତାକ୍ତ ଅବସ୍ଥାରେ ନବ କିଶୋର ଦାସଙ୍କୁ ଡାକ୍ତରଖାନାକୁ ନିଆଯାଉଛି।

ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି।ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର୍ଯ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।

Leave A Reply

Your email address will not be published.