ବିଶ୍ୱବିଦ୍ୟାଳୟ ହେଲା ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟ

0

ଭୁବନେଶ୍ବର: ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି।

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି ପାଠ୍ୟକ୍ରମ, ୧୭ଟି ୟୁଜି ପାଠ୍ୟକ୍ରମ ସହିତ ବିବିଏ, ବିସିଏଓ ବିଇଡି ଆଦି ପାଠ୍ୟକ୍ରମ ଜାରି ରହିଛି।

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ ,ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡ଼ିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.