ଦ.ଆଫ୍ରିକା ବିପକ୍ଷ ଟି-୨୦ ପାଇଁ ଟିମ୍ ଇଣ୍ଡିଆ ତାଲିକା ଘୋଷଣା: ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସୁଯୋଗ

0

ନୂଆଦିଲ୍ଲୀ( ଆମ ଟିଭି): ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ରବିବାର ଭାରତୀୟ ଦଳଙ୍କ ତାଲିକା ଘୋଷଣା କରାଯାଇଛି। ବିସିସିଆଇ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଯେଉଁଥିରେ କେଏଲ ରାହୁଲଙ୍କୁ ଦଳର ଅଧିନାୟକ କରାଯାଇଛି। ସବୁଠାରୁ ବଡ଼ କଥା ହେଉଛି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପରି ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ଏହାସହ ଯଶପ୍ରୀତ ବୁମରା, ମହମ୍ମଦ ଶାମିଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇଥିବା ବେଳେ ଶିଖର ଧାଓ୍ଵନଙ୍କୁ ଦଳରେ ସ୍ଥାନ ମିଳିନି। 

ଶିଖର ଧାଓ୍ଵନଙ୍କୁ ଉକ୍ତ ସିରିଜ୍ ପାଇଁ ଦଳର ଅଧିନାୟକ କରାଯିବା ନେଇ ଯେଉଁ ଚର୍ଚ୍ଚା ଜୋର ଧରିଥିଲା। ସେଥିରେ ଦ ଏଣ୍ଡ ହୋଇଛି। ଏଥିରେ ହାର୍ଦ୍ଦିକ ପାଣ୍ଡ୍ୟା, ଦିନେଶ କାର୍ତ୍ତି, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲଙ୍କ ପରି ନାମ ସାମିଲ୍ କରାଯାଇଛି। ଏହା ବ୍ୟତୀତ ଆଇପିଏଲ ୨୦୨୨ରେ ଦମଦାର ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ମଧ୍ୟ ସୁଯୋଗ ମିଳିଛି। ଅର୍ଶଦୀପ ସିଂହ ଏବଂ ଉମରାନ ମଲିକଙ୍କୁ ପ୍ରଥମ ଥର ଭାରତୀୟ ଦଳରେ ସୁଯୋଗ ମିଳିଛି। ଦଳରେ କେଏଲ ରାହୁଲ(ଅଧିନାୟକ), ଋତୁରାଜ ଗାଏକଓ୍ଵାଡ, ଇଶାନ କିଷଣ, ଦୀପକ ହୁଡ୍ଡା, ଶ୍ରେୟସ ଆୟର, ଋଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେଶ ଆୟର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ଵର କୁମାର, ହର୍ଷଲ ପଟେଲ, ଅଭେଶ ଖାନ, ଅର୍ଶଦୀପ ସିଂହ, ଉମରାନ ମଲିକ ପ୍ରମୁଖ ଖେଳିବେ।

Leave A Reply

Your email address will not be published.