ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର(ଆମ ଟିଭି): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ସେଠାରୁ ସିଧାସଳଖ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବା ପାଇଁ ରାଷ୍ଟ୍ରପତିଙ୍କ କାରକେଡ ବାହାରିଛି।
ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ । ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ।