ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି

0

ଭୁବନେଶ୍ୱର(ଆମ ଟିଭି): ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଗଲେ ମହାମହିମ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦିଲ୍ଲୀ ଫେରିବା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସାକ୍ଷାତ କରିଥିଲେ। ଏହି ଦୁଇ ଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି ଟ୍ୱିନ ସିଟିରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ।

ଆଜି କଟକ ସ୍ଥିତ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ) ରେ ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଥିଲେ । ଶୁକ୍ରବାର ଭୁବନେଶ୍ୱର ଉତ୍କଳ ମଣ୍ଡପରେ ଆୟୋଜିତ ‘ଜ୍ଞାନପ୍ରଭା ମିଶନ ଫାଉଣ୍ଡେସନ ଡେ’ ଓ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ସବୁ କାର୍ଯ୍ୟକ୍ରମ ସରିବା ପରେ ଏବେ ପୁଣି ଦିଳ୍ଲୀ ଫେରିଯାଇଛନ୍ତି ।

Leave A Reply

Your email address will not be published.