କ୍ୟାବିନେଟରେ ଦିଦି ଆଣିବାକୁ ଯାଉଛନ୍ତି ଏମିତି ବିଲ୍, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କର ହ୍ରାସ ହେବ କ୍ଷମତା
କୋଲକାତା(ଆମ ଟିଭି): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ବିବାଦ ପଶ୍ଚିମବଙ୍ଗ ରାଜନୀତିକୁ ସର୍ବଦା ସରଗରମ କରି ରଖିଆସିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦୀପ ଧନକଡ଼ଙ୍କ ମଧ୍ୟରେ କଥା କଟାକଟି ଠାରୁ ଆରମ୍ଭ କରି ବିଭିନ୍ନ ପ୍ରସଙ୍ଗରେ ବାଦ ବିବାଦ ସୃଷ୍ଟି ହୋଇଛି । ତେଣୁ ରାଜ୍ୟପାଳଙ୍କ ଠାରୁ କ୍ଷମତା ହ୍ରାସ କରିବାକୁ ମମତା ବାନାର୍ଜୀ କ୍ୟାବିନେଟରେ ଆଣିବାକୁ ଯାଉଛନ୍ତି ଏମିତି ଏକ ବିଲ୍ । ଯେଉଁ ବିଲରେ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କର ହ୍ରାସ ହେବ କ୍ଷମତା । ମମତା ବାନାର୍ଜୀଙ୍କ ମାଷ୍ଟର ପ୍ଲାନ ମୁତାବକ ରାଜ୍ୟପାଳଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ସମସ୍ତ ବିଶ୍ୱ ବିଦ୍ୟାଳୟର କୁଳାଧିପତି ହେବେ । ପଶ୍ଚିମବଙ୍ଗ ଶିକ୍ଷାମନ୍ତ୍ରୀ ବ୍ରତ୍ୟ ବସୁ ଏନେଇ ସୂଚନା ଦେଇଛନ୍ତି। ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ପରେ ଏହି ପ୍ରସ୍ତାବକୁ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପିତ କରିବେ ମମତା ।