ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହେଲେ ସିସୋଦିଆ

0

ନୂଆଦିଲ୍ଲୀ :ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହେବା ପରେ ସେ ଏହାକୁ ବିରୋଧ କରିଛନ୍ତି। ସିବିଆଇର ଗିରଫଦାରୀ ଓ ଯାଞ୍ଚକୁ ବିରୋଧ କରି ସେ ଏବେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସେ ସର୍ବୋଚ୍ଚ ଅଦାଲତରେ ସିବିଆଇର ଯାଞ୍ଚକୁ ଚ୍ୟାଲେଞ୍ଜ କରିଛନ୍ତି। ସୂଚନାନୁସାରେ ଅଭିଷେକ ମନୁ ସିଙ୍ଘଭି ମନୀଷ ସିସୋଦିଆଙ୍କ ତରଫରୁ ଓକିଲାତି କରିବେ ଏବଂ ଏ ବାବଦରେ ଶୀଘ୍ର ଶୁଣାଣି କରିବାକୁ ଦାବି କରିବେ।

ଅବକାରୀ ନୀତିରେ ଦୁର୍ନୀତି ଅଭିଯୋଗରେ ମନୀଷ ସିସୋଦିଆଙ୍କୁ ରବିବାର ଗିରଫ କରାଯାଇଥିଲା। ସୋମବାର ଦିଲ୍ଲୀର ଏକ ସ୍ୱତନ୍ତ୍ର ଅଦାଲତ ମନୀଷ ସିସୋଦିଆଙ୍କୁ ୫ ଦିନ ପାଇଁ ସିବିଆଇ ରିମାଣ୍ଡରେ ପଠାଇଛି। ମାର୍ଚ୍ଚ ୪ ପର୍ଯ୍ୟନ୍ତ ରିମାଣ୍ଡରେ ନେଇ ଜେରା କରିବ ସିବିଆଇ। ମଦ ନୀତି ଦୁର୍ନୀତି ମାମଲାକୁ ନେଇ ସିବିଆଇ ସିସୋଦିଆଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରିଥିଲା।

ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ରବିବାର ସିବିଆଇରେ ହାଜର ହୋଇଥିଲେ ମନୀଷ ସିସୋଦିଆ। ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଥିଲା। ଅବକାରୀ ନୀତି ମାମଲାରେ ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ୍ କରିଥିଲା ସିବିଆଇ। କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ। ସିବିଆଇ ମଧ୍ୟ ତାଙ୍କୁ ଏଥିପାଇଁ ଅନୁମତି ଦେଇଥିଲା।

Leave A Reply

Your email address will not be published.