ଆସନ୍ତାକାଲିଠୁ ସଂସଦର ବଜେଟ୍ ଅଧିବେଶନ ଦ୍ୱିତୀୟ ଭାଗ ଆରମ୍ଭ

0

ନୂଆଦିଲ୍ଲୀ (ଆମ ଟିଭି): ପୁଣି ଆରମ୍ଭ ହେବ ବଜେଟ୍ ଅଧିବେଶନ । ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ଭାଗ ଆସନ୍ତାକାଲିଠାରୁ ଆରମ୍ଭ ହେବ। ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟରେ ସମୁଦାୟ ୧୭ଟି କାର୍ୟ୍ୟ ଦିବସ ରହିବ। ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ୟ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।

ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂସଦର ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରି ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ୟ୍ୟାୟ ଫେବୃଆରୀ ୧୩ ପର୍ୟ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ୟ୍ୟ ଦିବସ ରହିଥିଲା। ପ୍ରଥମ ଭାଗରେ ପର୍ୟ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଏବଂ କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପରେ ଆଲୋଚନା କରାଯାଇଥିଲା।

 

Leave A Reply

Your email address will not be published.