ବଲିଉଡର ପ୍ରସିଦ୍ଧ ସିଙ୍ଗର କେ.କେଙ୍କ ପରଲୋକ, ଲାଇଭ୍‌ କନସର୍ଟରେ ଟଳିପଡ଼ିଲେ

0

କୋଲକାତା (ଆମ ଟିଭି): ବଲିଉଡ୍ ପ୍ରସିଦ୍ଧ ସିଙ୍ଗର କେକେ ଓରଫ କ୍ରୃଷ୍ଣ କୁମାର କୁନ୍ନଥଙ୍କର ପରଲୋକ। ଯାହା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳାଇ ଦେଇଛି । କୋଲକାତାର ଏକ କନସର୍ଟରେ ସଙ୍ଗୀତ ପରିବେଷଣ ସମୟରେ ତାଙ୍କର ଦେହାନ୍ତ ହୋଇଛି । ମାତ୍ର ୫୩ ବର୍ଷ ବୟସରେ କେକେଙ୍କର ମୃତ୍ୟୁ ହୋଇଛି । ହିନ୍ଦି , ତେଲୁଗୁ, କନ୍ନଡ, ତାମିଲ, ବେଙ୍ଗଲି , ଗୁଜୁରାଟି , ମରାଠୀ ଆଦି ବିଭିନ୍ନ ଭାଷାରେ ସେ ଶତାଧିକ ଗୀତ ଗାଇଛନ୍ତି।

 

ଖବର ଅନୁଯାୟୀ, କୋଲକାତାରେ ଗୁରୁଦାସ କଲେଜ୍‌ର ନାଜୁରୁଲା ମଞ୍ଚରେ କେକେ ସଙ୍ଗୀତ ପରିବେଷଣ କରିବା ପରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲା । ସେଠାରେ ହିଁ ସେ ତଳେ ପଡ଼ିଯାଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ବଲିଉଡର ଏହି ଲୋକ ପ୍ରିୟ କଣ୍ଠଶିଳ୍ପୀ କେକେଙ୍କର ନିଧନରେ ସବୁଠି ଶୋକର ଛାୟା ଖେଳିଯାଇଛି । କେକେଙ୍କର ଦେହାନ୍ତରେ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.