ଆଜି ରଥ ଯାତ୍ରା ପାଇଁ ବସିବ ସମନ୍ବୟ କମିଟି ବୈଠକ

0

ପୁରୀ (ଆମ ଟିଭି): ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ। ପୁରୀ ଟାଉନ ହଲ ଠାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଦିନ ୧୧ଟାରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ।

ଖବର ଅନୁଯାୟୀ, ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଗତ ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ଏହି ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ତେଣୁ ଆଜିର ବୈଠକରେ ଭକ୍ତଙ୍କ ରହଣୀ, ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ଓ ନୀତି କାନ୍ତି ଉପରେ ଆଲୋଚନା କରାଯିବ। ବୁଧବାର ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ ଅନୁଷ୍ଠିତ ହେବାକୁ ଥିବାରୁ ଏଥିରେ ବେଶ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା କରାଯିବ। ବୈଠକରେ ବିଭିନ୍ନ ବିଭାଗ, ବିଧାୟକ, ଜିଲ୍ଲାପାଳ, ଏସପି, ସେବାୟତ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହିବେ।

Leave A Reply

Your email address will not be published.