ପୂର୍ବପୁରୁଷଙ୍କୁ ଅସମ୍ମାନ କରନ୍ତୁ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

0

ଭୁବନେଶ୍ୱର(ଆମ ଟିଭି): ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିକୁ ନେଇ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ଭିତରେ ସାମ୍ନାକୁ ଆସିଛି କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍ । ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୁଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦକୁ ନେଇ ଦୁଃଖପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ସମ୍ମାନ କରନ୍ତୁ କିମ୍ବା ନ କରନ୍ତୁ କିନ୍ତୁ ଅସମ୍ମାନ କରନ୍ତୁ ନାହିଁ ବୋଲି ଧର୍ମେନ୍ଦ୍ର ଟ୍ୱିଟ୍ କରି କହିଛନ୍ତି ।

ଏହି ଘଟଣାକୁ ଦୁଃଖଦାୟକ କହିବା ସହ ଓଡ଼ିଶାର ମହାନ ବିଭୂତିଙ୍କ ପ୍ରତିମୂର୍ତ୍ତି ସ୍ଥାପନା ବେଳେ ପ୍ରଶାସନ ଅଧିକ ସମ୍ବେଦନଶୀଳ ଓ ଯତ୍ନବାନ ହେବା ଆବଶ୍ୟକ ବୋଲି ସେ କହିଛନ୍ତି । ଅନୁଗୁଳ ପ୍ରଶାସନ ଦ୍ୱାରା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ବାରମ୍ବାର ବିକୃତ ପ୍ରତିମୂର୍ତ୍ତି ସ୍ଥାପନ ଲୋକଙ୍କୁ ଆଘାତ ଦେଇଛି । ପ୍ରଶାସନ ଯଥାଶୀଘ୍ର ସ୍ୱର୍ଗତ ଚୌଧୁରୀଙ୍କ ପରିବାର ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବରପୁତ୍ରଙ୍କ ସଠିକ୍ ପ୍ରତିମୂର୍ତ୍ତି ନିର୍ମାଣ କରି ପୁନଃସ୍ଥାପନ କରିବା ସହ ଯଥୋଚିତ ସମ୍ମାନ ଦେବା ଉଚିତ୍ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

Leave A Reply

Your email address will not be published.