ନବୀନଙ୍କ ଟିମର ନବକଳେବର ଉତ୍ସବ, ଜଗନ୍ନାଥରୁ ଆରମ୍ଭ ହେମ୍ବ୍ରମରେ ଶେଷ
ଭୁବନେଶ୍ୱର (ଆମ ଟିଭି ): ଆଜି ନବୀନଙ୍କ ଟିମର ନବକଳେବର ଉତ୍ସବ । ନବୀନଙ୍କ ନୂଆ ଟିମ୍ରେ ୨୧ ଜଣ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୩ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ ଭାବେ ୮ ଜଣ ମନ୍ତ୍ରୀ ଶପଥ ନେଇଛି।
ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ପ୍ରଥମେ ଜଗନ୍ନାଥ ସାରକା କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିିଥିଲେ। ତାପରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିିଥିଲେ। ଏହାପରେ ରାଷ୍ଟ୍ରମନ୍ତ୍ରୀମାନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଥମେ ସମୀରରଞ୍ଜନ ଦାଶ ଶପଥ ଗ୍ରହଣ କରିିଥିଲେ। ତାପରେ ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ଶପଥ ଗ୍ରହଣ କରିଥିଲେ।