ନବୀନ ଉଦଘାଟନ କଲେ ଶଙ୍କ ଭବନ

0

ଭୁବନେଶ୍ବର: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ। ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।

ଶଙ୍ଖ ଭବନର ଉଦଘାଟନ କରିବା ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି, ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଶଙ୍ଖ ଭବନକୁ ସମର୍ପିତ କରି ବହୁତ ଖୁସି । ଏହି ସୁନ୍ଦର ଭବନ ନିର୍ମାଣରେ ସମସ୍ତଙ୍କର ଯୋଗଦାନ ରହିଛି। ଏହି ଭବନ ନିର୍ମାଣରେ ଯୁବ, ଛାତ୍ର, ମହିଳା କର୍ମୀମାନଙ୍କ ଅବଦାନ ରହିଛି। ୧୯୯୭ ମସିହାରେ ଓଡ଼ିଶା ରାଜନୀତିରେ ନୂଆ ଆରମ୍ଭ ହୋଇଥିଲା। ବିଜୁ ଆଦର୍ଶ ଓ ସ୍ୱାଭିମାନର ମନ୍ତ୍ର ନେଇ ବିଜେଡି ଜନ୍ମ ନେଇଥିଲା। ଆଞ୍ଚଳିକ ଦଳ ଭାବେ ଓଡ଼ିଶାବାସୀଙ୍କ ସେବାରେ ରହିଛି ବିଜେଡି। ଏବେ ବିଜେଡି ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ବିଜୟର ଶଙ୍ଖ ବାଜି ଚାଲିଛି। ଏହି ଶଙ୍ଖ ଭବନ ହେବ ଓଡ଼ିଶାବାସୀଙ୍କ ପ୍ରିୟ ଭବନ। ଓଡ଼ିଶାର ଅତୀତ ଓ ଭବିଷ୍ୟତକୁ ଯୋଡ଼ିବ ଏହି ଶଙ୍ଖ ଭବନ। ଓଡ଼ିଶା ପାଇଁ କାମ କରିବାକୁ ଚାହୁଁଥିବା ସମସ୍ତ ବ୍ୟକ୍ତିଙ୍କୁ ଏକାଠି କରିବ ଶଙ୍ଖ ଭବନ। ଓଡ଼ିଶାର ସ୍ୱାଭିମାନର ସୁରକ୍ଷା ସହ କଳା, ସାହିତ୍ୟ,ସଂସ୍କୃତିର ବିକାଶ ପାଇଁ ସମର୍ପିତ ହେବ ଶଙ୍ଖ ଭବନ। ବିଶ୍ୱଦରବାରରେ ଓଡ଼ିଶାର ଇଷ୍ଟ ଦେବତା ଶ୍ରଜଗନ୍ନାଥଙ୍କ ମହାନ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ କାମ କରିବ।

Leave A Reply

Your email address will not be published.