ଝାରସୁଗୁଡ଼ା(ଆମ ଟିଭି): ମୁଣ୍ଡ ଉପରେ ଝାରସୁଗୁଡ଼ା ଭୋଟ୍ । ଏଥିପାଇଁ ଜମୁଛି ପ୍ରଚାର । ପ୍ରଚାର ପାଇଁ ଆଉ ଦୁଇଦିନ ସମୟ ଥିବାବେଳେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ୟ୍ୟକ୍ରମ ରହିଛି । ପ୍ରଚାର ଲାଗି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରୁ ଅପରାହଣ ୩ଟା ୪୫ରେ ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ୪ଟା ୩୦ରେ ପହଞ୍ଚିବେ ।
ସେଠାରେ ଜେଲ ପାଖ ଅମଲିପାଲି ପଡିଆରେ ହେବାକୁ ଥିବା ସଭାସ୍ଥଳକୁ ଯାଇ ଉଦବୋଧନ ଦେବାର କାର୍ୟ୍ୟକ୍ରମ ରହିଛି । ୪ଟା ୩୦ରୁ ୫ଟା ୧୫ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରେ ରହି ପ୍ରଚାର କରିବା ସହ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ଭୋଟ୍ ମାଗିବେ ।