ସାରଦା ନାୟୟଙ୍କୁ ମିଳିଲା ଶ୍ରମ ବିଭାଗ ଦାୟିତ୍ୱ

0

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ ହୋଇଛି । ଏହି କ୍ରମରେ ପୂର୍ବ ସୂଚୀ ମୁତାବକ ସୋମବାର ଲୋକସେବା ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଆଜି ୩ ଜଣ ନୂଆ କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଥିବାବେଳେ ସେମାନଙ୍କୁ ବିଭାଗ ମଧ୍ୟ ପ୍ରଦାନ କରାଯାଇଛି । ତଦନୁଯାୟୀ ସାରଦା ନାୟକଙ୍କ ଶ୍ରମ ବିଭାଗ ଦାୟିତ୍ୱ ପ୍ରଦାନ କରାଯାଇଛି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ରାଉରକେଲା ବିଧାୟକ ତଥା ବର୍ତ୍ତମାନର ଶ୍ରମ ବିଭାଗ ମନ୍ତ୍ରୀ ସାରଦା ପ୍ରସାଦ ନାୟକ କହିଥିଲେ, ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ସେବାରସୁଯୋଗ ପାଇବା ସୌଭାଗ୍ୟର ବିଷୟ। ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାରେ ଏକ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ୟ୍ୟନ୍ତ ମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।

Leave A Reply

Your email address will not be published.