ଭୁବନେଶ୍ୱର (ଆମ ଟିଭି): ବହୁ ଚର୍ଚ୍ଚିତ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।
ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର ।