ସତ୍ୟେନ୍ଦ୍ର ଜୈନଙ୍କୁ ସୁପ୍ରିମକୋର୍ଟ ଦେଲେ ଆଶ୍ୱସ୍ତି

0

ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ସ୍ୱାସ୍ଥ୍ୟଗତ ସମସ୍ୟା ଆଧାରରେ ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ମନ ପସନ୍ଦର ଯେକୌଣସି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ କୋର୍ଟ ତାଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ଅନ୍ତରୀଣ ଜାମିନ ଅବଧି ଭିତରେ ସତ୍ୟେନ୍ଦ୍ର ଜୈନ ଦିଲ୍ଲୀ ଛାଡ଼ି କେଉଁଆଡ଼େ ଯାଇପାରିବେ ନାହିଁ କି ସାକ୍ଷୀମାନଙ୍କୁ ପ୍ରଭାବିତ କରିବାକୁ ଉଦ୍ୟମ କରିବେ ନାହିଁ। ତା’ସହିତ ଗଣମାଧ୍ୟମରେ କିଛି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି।

ମନିଲଣ୍ଡରିଂ ମାମଲାରେ ଗତ ବର୍ଷ ମେ’ ୩୦ ତାରିଖରେ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଥିଲା। ସେହିଦିନ ଠାରୁ ସେ ତିହାର ଜେଲରେ ଅଛନ୍ତି। ଅବଶ୍ୟ ସେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ମିଛ ବୋଲି କହିଆସୁଛନ୍ତି। ରାଜନୀତିକ ଉଦ୍ଦେଶ୍ୟ ରଖି ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରାଯାଇଥିବା ସତ୍ୟେନ୍ଦ୍ର ଜୈନ କହିଛନ୍ତି।

Leave A Reply

Your email address will not be published.