କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବକୁ ମଞ୍ଜୁରୀ

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ ହୋଇଥିବାର ସୂଚନା ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି। ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା ଦେବେ ସରକାର । ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ ଯୋଜନାରେ ଲୋକଙ୍କୁ ଘର ଯୋଗାଇଦେବେ। ମନ୍ତ୍ରିମଣ୍ଡଳର ଅଦଳବଦଳ ପରେ ଏହା ରାଜ୍ୟ ସରକାରଙ୍କ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବୈଠକ।

ଆଜି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି। ୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ। କୁହାଯାଉଥିଲା ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି କ୍ୟାବିନେଟ ବୈଠକରେ ଅନେକ ଗୁଡ଼ିଏ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର।

Leave A Reply

Your email address will not be published.