ସୃଷ୍ଟି ହେବ ଲଘୁଚାପ !
ଭୁବନେଶ୍ୱର (ଆମ ଟିଭି): ପୁରା ଓଡ଼ିଶାକୁ ଛୁଇଁଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ମୌସୁମୀ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ଏଥିସହ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା -ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ ।