ପୁରୀ (ଆମ ଟିଭି): ସରିଲା ଲୀଳାଖେଳା । ଆଜି ଜନ୍ମବେଦୀ ଛାଡ଼ି ପୁଣି ରତ୍ନ ସିଂହାସନକୁ ଫେରିଯିବେ ମହାପ୍ରଭୁ । ଆଗେଇ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି । ନାକଚଣା ଦ୍ୱାରରେ ଦଣ୍ଡାୟମାନ ତିନି ରଥ । ବଡଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ପ୍ରଶାସନ ତରଫରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ବୁଧବାର ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି । ତଥାପି ନୀତି ନିର୍ଘଣ୍ଟର ବହୁପୂର୍ବରୁ ପହଣ୍ଡି ଓ ରଥଟଣା ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ସେହି ଅନୁସାରେ ସେବାୟତଙ୍କ ସହ ପ୍ରଶାସନିକ ଅଧିକାରୀଙ୍କ ଆଲୋଚନା ଶେଷ ହୋଇଛି ।