ଭୁବନେଶ୍ବର (ଆମ ଟିଭି): ବଦଳିଲା ସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ । ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ । ନୂଆ ଲୁକ୍ ଓ ନୂଆ ରଙ୍ଗର ପୋଷାକରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ । ହଂଟର ଗ୍ରୀନ୍ ରଙ୍ଗର ପୋଷାକ ପିନ୍ଧିବେ ଛାତ୍ରଛାତ୍ରୀ । ଛାତ୍ରଙ୍କ ପାଇଁ ଫୁଲ ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି ।
ଡ୍ରେସରେ ଏକ ଲୋଗୋ ‘ଆମେ ଗଢିବୁ ନୂଆ ଓଡ଼ିଶା’ ରହିବ । ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ । ଶନିବାର ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ । ଏଭଳି ନୂଆ ନିୟମ ଲାଗୁ କରିଛନ୍ତି ରାଜ୍ୟ ସରକାର ।