ମଣିପୁର ହିଂସାକୁ ନେଇ ଏମିତି କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ମୁଁ ଖୁବ୍ ଦୁଃଖିତ, ଏ ଭଳି ଘଟଣା ଯେକୌଣସି ସଭ୍ୟ ସମାଜ ପ୍ରତି ଲଜ୍ଜାଜନକ ବୋଲି ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଯାଇଥିବା ଭିଡିଓ ବିଷୟରେ ପ୍ରତିକ୍ରିୟା ବ୍ୟକ୍ତ କରି ଆଜି ସଂସଦର ମୌସୁମୀ ଅଧିବେଶନ ଆଗରୁ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, କୌଣସି ଦୁଷ୍କର୍ମକାରୀ ନିସ୍ତାର ପାଇବେ ନାହିଁ। ନାରୀ ସୁରକ୍ଷା ପାଇଁ ଆମେ ରାଜନୀତିକୁ ପ୍ରଶ୍ରୟ ଦେବା ଅନୁଚିତ।
ଦେଶବାସୀଙ୍କୁ ମୁଁ ନିର୍ଭର ପ୍ରତିଶ୍ରୁତି ଦେଉଛି, କୌଣସି ଦୋଷୀ ତ୍ରାହି ପାଇବେ ନାହିଁ। ସମସ୍ତ ସାମର୍ଥ୍ୟ ଲଗାଇ ଆଇନ ଏ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ମଣିପୁରୀ କନ୍ୟାମାନଙ୍କ ପ୍ରତି ହୋଇଥିବା ଭ୍ୟବିଚାର କ୍ଷମଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।