ପୁରୀ (ଆମ ଟିଭି): ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ବିବାଦ ଦୀର୍ଘ ଦିନ ଧରି ଲାଗି ରହିଛି । ଏହାରି ଭିତରେ ଯାହା ଖବର ମିଳୁଛି, ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି । ବାସ୍ତବରେ ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା ।
ଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଛି। ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଦତ୍ତ ମହାପାତ୍ର ସେବକମାନେ ଏହାକୁ ବିରୋଧ କରିଥିଲେ।୨୦୧୮ ମସିହାରେ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ପରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ସଂପନ୍ନ ହୋଇ ଆସୁଛି।