ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ

0

ଭୁବନେଶ୍ୱର(ଆମ ଟିଭି): ଆଜି ରାଜ୍ୟରେ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଗଭୀର ଅବପାତର ରୂପ ନେବ। ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି ।

ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ‌ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଏଥିସହ ରାଜ୍ୟରେ ୨୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.