ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ବିଶେଷକରି ପଶ୍ଚିମ କେନ୍ଦ୍ରୀୟ ଓ ଉତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଏହାପ୍ରଭାବରେ ୫ ଦିନ ଧରି ଲାଗି ରହିବ ବର୍ଷା । ଆଜି ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ଆଜି ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ନୂଆପଡା, ଗଜପତି, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।