ଆଜି ପ୍ରବଳ ବର୍ଷା: ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

0

ଭୁବନେଶ୍ୱର(ଆମ ଟିଭି): ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.