ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ମହାନଦୀର ଉପରମୁଣ୍ଡରେ ବର୍ଷା ଜାରି ରହିଛି । ସେଥିପାଇଁ ହୀରାକୁଦରେ ବଢୁଛି ହୀରାକୁଦ ଜଳସ୍ତର । ଜଳଭଣ୍ଡାରରେ ଜଳସ୍ତର ୬୧୪ ଦଶମିକ ୦୬ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ପ୍ରାୟ ୪ ଲକ୍ଷ ୩୨ ହଜାର ୮୦୮ କ୍ୟୁସେକ ଜଳ ପ୍ରବେଶ କରୁଛି । ନିଷ୍କାସିତ ୬୭ ହଜାର ୬୯୦ କ୍ୟୁସେକ୍ ଜଳ ।
୨ ଗେଟ ଜଳ ନିଷ୍କାସିତ ହେଉଛି । ଉପର ମୁଣ୍ଡରୁ ମହାନଦୀକୁ ମାଡି ଆସୁଛି ପାଣି । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା । ଫଳରେ ତଳିଆ ଅଞ୍ଚଳ ପ୍ରତି ବିପଦ ସୃଷ୍ଟି ହୋଇଛି । ଏଥିପାଇଁ ୬ଟି ଜିଲ୍ଲାକୁ ସତର୍କ କରାଯାଇଛି । ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ତଳିଆ ଅଞ୍ଚଳ ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି ।