ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ: ସତର୍କ ରହିଛି ସ୍ୱାସ୍ଥ୍ୟ ବିଭାଗ

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଡ଼େଙ୍ଗୁ ନିଜ କାୟା ମେଲାଇବାରେ ଲାଗିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜଧାନୀ ଭୁବନେଶ୍ୱରରେ ଏହା ବଢିବାରେ ଲାଗିଛି । ଏହାରି ଭିତରେ ଯାହା ଖବର ମିଳିଛି, ଭୁବନେଶ୍ୱରର ସମସ୍ତ ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ। ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ବେଡ୍ ରହିବ ।

ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ । ଚଳିତ ବର୍ଷ କେବଳ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରୁ ୧ ହଜାର ୫୯ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜଧାନୀରେ ଡେଙ୍ଗୁ ରୋଗଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ରହିଛି । ବ୍ଲଡ଼ ବ୍ୟାଙ୍କରେ ରକ୍ତ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ସ୍ଵତନ୍ତ୍ର ବ୍ୟବସ୍ଥା ରହିବ ।

 

 

 

Leave A Reply

Your email address will not be published.