ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ

0

ଭୁବନେଶ୍ୱର:ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା।

ଆଜି ସନ୍ଧ୍ୟାରେ ହଠାତ୍ ଗୁରୁତର ଭାବେ ଅସୁସ୍ଥ ହୋଇଯାଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କୁ ସଙ୍ଗେ ସଙ୍ଗେ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସନ୍ଧ୍ୟା ୭ଟା ୩୧ ମିନିଟ୍‌ରେ ତାଙ୍କର ପରଲୋକ ହୋଇଥିଲା।

ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ର ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ମୋହନା ବିଧାନସଭା ଆସନରୁ ୪ଥର ଓ ଦିଗପହଣ୍ଡି ଆସନରୁ ୩ ଥର ନିର୍ବାଚିତ ହୋଇଥିଲେ। ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟକରି ସେ ତାଙ୍କ ଦକ୍ଷତା ଦେଖାଇଥିଲେ।

Leave A Reply

Your email address will not be published.