ବିମାନରେ ଯାନ୍ତ୍ରୀକ ତ୍ରୁଟି: ଭାରତରେ ରହିବେ କାନାଡ଼ା ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀରେ ଆୟୋଜିତ ହୋଇଥିବା ଜି୨୦ ଶିଖର ସମ୍ମିଳନୀ ଗତକାଲି ଶେଷ ହୋଇଛି । ଏହାରି ଭିତରେ ଏକ ବଡ଼ ଖବର ଦେଖିବାକୁ ମିଳିଛି । କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି । ରବିବାର ସମ୍ମିଳନୀ ଶେଷ ହେବା ପରେ ଯେତେବେଳେ ସେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ ପାଇଁ ବାହାରିଲେ ତାଙ୍କ ବିମାନରେ ଯାନ୍ତ୍ରୀକ ତ୍ରୁଟି ଦେଖାଯାଇଥିବା କହିଥିଲେ ପାଇଲଟ୍ । ଫଳରେ ବିମାନ ଠିକ ହେବା ଯାଏଁ ତାଙ୍କୁ ଭାରତରେ ହିଁ ଅଟକିବାକୁ ପଡିବ ।

ଏହାପୂର୍ବରୁ ରବିବାର ଟ୍ରୁଡୋ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦ୍ୱପାକ୍ଷିକ ଆଲୋଚନା କରିଥିଲେ । ଏଥିରେ ସେ କାନାଡାରେ ଉଗ୍ରବାଦୀ ଓ ଖଲିସ୍ତାନୀ ସମସ୍ୟାକୁ ନେଇ ଆଲୋଚନା କରିଥିଲେ । ଏହାପରେ ଏକ ପ୍ରେସମିଟରେ ଟ୍ରୁଡୋ କହିଥିଲେ ଯେ, ‘ଆମେ ସବୁବେଳେ ହିଂସା ରୋକିବା ତଥା ବିଦ୍ୱେଷ ମନୋଭାବକୁ ବିରୋଧ କରିବାକୁ ପ୍ରସ୍ତୁତ ।

Leave A Reply

Your email address will not be published.