ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ।
ଏହାଛଡା ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡା ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।