ଭୁବନେଶ୍ୱର (ଆମ ଟିଭି): ଯାହା ଅନୁମାନ କରାଯାଉଥିଲା, ଶେଷରେ ତାହା ହିଁ ହେଲା । ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ । ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହାରି ଭିତରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡର ଜାରି କରିଛି । ଯେଉଁଥିରେ ନିର୍ବାଚନ ତାରିଖ ବାବଦରେ କୌଣସି ଉଲେଖ ନାହିଁ । ଏବିଭିପି ଓ ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ର ସଂସଦ ନିର୍ବାଚନ କରିବାକୁ ଦାବି ହୋଇଆସୁଛି । ଏହାରି ଭିତରେ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଚଳିତ ବର୍ଷ ନିର୍ବାଚନ ହେବ ନାହଁ ।
ଅନ୍ତିମଥର ପାଇଁ ୨୦୧୭ରେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା । ସେହିବର୍ଷ ବିଜୁ ଛାତ୍ର ଜନତା ଦଳ ୯୫ ପ୍ରତିଶତ କ୍ୟାମ୍ପସରେ ବିଜୟ ହୋଇଥିବା ବେଳେ ଏବିଭିପି ୬୦ ପ୍ରତିଶତ ଓ ଛାତ୍ର କଂଗ୍ରେସ ୬୪ ପ୍ରତିଶତ କ୍ୟାମ୍ପସରେ ବିଜୟ ଲାଭ କରିଥିଲା । ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ପାଠପଢା ରହିଥିବା ବେଳଏ ୭୨ ଦିନ ଛୁଟି ରହିଛି ।