ବଙ୍ଗୋପସାଗରରେ ଲଘୁଚାପ; ଦୁଇ ଦିନ କାଚିବ ବର୍ଷା

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

 

Leave A Reply

Your email address will not be published.