୨୮ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

0

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି। ତେବେ, ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଥିବା ବେଳେ ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି

ତେବେ, ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ମଙ୍ଗଳବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Leave A Reply

Your email address will not be published.