ଦ୍ରୌପଦୀ ମୁର୍ମୁଙ୍କୁ ଜିତାଇବାକୁ ବିଜେଡିର କସରତ୍, ସମର୍ଥନ ପାଇଁ ନରସିଂହଙ୍କୁ ଭେଟିଲେ ପ୍ରଣବ ପ୍ରକାଶ
ଭୁବନେଶ୍ବର(ଆମ ଟିଭି): ଦଳମତ ନିର୍ବିଶେଷରେ ଦ୍ରୌପଦୀ ମୁର୍ମୁଙ୍କୁ ଜିତାଇବାକୁ ବିଜେଡିର କସରତ୍। ମର୍ଥନ ପାଇଁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ। ଏହା ସହ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର ଝିଅ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଯେଭଳି ଭୋଟ ଦିଅନ୍ତି ସେ ନେଇ ଅଭିଯାନ ଆରମ୍ଭ କରିଛି ବିଜୁ ଜନତା ଦଳ। ସ୍ବୟଂ ମୁଖ୍ୟମନ୍ତ୍ରୀ ଏହି ଅଭିଯାନର ମଙ୍ଗ ଧରିଛନ୍ତି।
ପ୍ରଣବ ପ୍ରକାଶ ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନରସିଂହଙ୍କୁ ଭେଟି ଆଲୋଚନା କରିଛନ୍ତି। ବିଜେଡିର ବରିଷ୍ଠ ଉପସଭାପତି ଏବଂ ମନ୍ତ୍ରୀଙ୍କୁ କଂଗ୍ରେସର ବିଧାୟକ ଏବଂ ପିସିସି ସଭାପତିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ଦଳର ନେତା ଭେଟିବେ। ଦଳମତ। ନିର୍ବିଶେଷରେ ଦ୍ରୈପଦୀ ମୁର୍ମୁଙ୍କୁ ସମସ୍ତେ ଭୋଟ ଦେବେ ସେନେଇ ବିଜେଡି ଉଦ୍ୟମ କରୁଛି।