ସୁନ୍ଦରଗଡରେ ପୁଣି ୧୬ ପଜିଟିଭ୍ ଚିହ୍ନଟ

0

ସୁନ୍ଦରଗଡ଼ (ଆମ ଟିଭି): ସୁନ୍ଦରଗଡରେ ଦିନକୁ ଦିନ ସ୍କ୍ରବ୍ ଟାଇଫଓ ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଶେଷକରି ସୁନ୍ଦରଗଡ଼ ଏହାର ହଟସ୍ପଟ୍ ପାଲଟିଛି । ପୁଣି ଦିନକରେ ସୁନ୍ଦରଗଡ଼ରେ ୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୪ ନମୁନାରୁ ୧୬ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଏହି ରୋଗ ଦିନକୁ ଦିନ ବୃଦ୍ଧି ଘଟିବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ଅଧିକ ପରିମାଣରେ ଘଟୁଛି ।

ଅନ୍ୟପଟେ ସରକାରଙ୍କ ତରଫରୁ କୀଟନାଶକ ଔଷଧ ସିଞ୍ଚନ ଚାଲିଛି । ରୋଗୀମାନଙ୍କୁ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି । ତେବେ ସୂଚନାଯୋଗ୍ୟ ଯେ, ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ଜୀବାଣୁ ଚାଷ ଜମି ଓ ଜଙ୍ଗଲରେ ରହିଥାନ୍ତି । ଲାର୍ଭା ମାଇଟ୍ସ ନାମକ ପୋକ କାମୁଡିବା ଫଳରେ ଏହା ଭୂତାଣୁ ଶରୀରର ଚର୍ମକୁ ଚାଲିଯାଇଥାଏ । ପୋକଟି ଯେଉଁଠି କାମୁଡିଥାଏ ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଥାଏ । ପରେ ଏହା ଘା’ ହୋଇଯାଇଥାଏ ।

Leave A Reply

Your email address will not be published.