୭୮ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ଆମ ଟିଭି): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆଜି ୭୮ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିନ୍ତୁ ସବୁଠୁ ବଡ଼ କଥା ହେଉଛି ଏଥର ବି ଜନ୍ମଦିନ ପାଳିବେନି ନବୀନ । ଭଉଣୀ ଗୀତା ମେହେଟାଙ୍କ ମୃତ୍ୟୁ ହୋଇଥିବା ଯୋଗୁ ଏଥର ନବୀନ ନିବାସ ନଆସିବାକୁ ଶୁଭେଚ୍ଛୁମାଙ୍କୁ ଅନୁରୋଧ କରଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଏହି ଅବସରରେ ବିଜେଡି ବିଧାୟକମାନେ ସେମାନଙ୍କ ନିର୍ବାଚନ ମଣ୍ଡଳୀରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ କରିବାକୁ ଯୋଜନା ରଖିଛନ୍ତି । ସାରା ରାଜ୍ୟରେ ରକ୍ତଦାନ ଶିବିର ଆୟୋଜନ କରିବାକୁ ବିଜେଡି ନେତାଙ୍କୁ କୁହାଯାଇଥିବା ଜଣାପଡିଛି । ୧୯୯୭ରେ ରାଜନୀତିରେ ପାଦ ଦେବା ପରଠୁ ସବୁ କ୍ଷେତ୍ରରେ ସଫଳତା ପାଇଛନ୍ତି ନବୀନ । ୫ ଥର ବିଜେଡି ସରକାର ଗଢିଥିବା ବେଳେ ନବୀନ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

୧୯୯୭ରେ ବିଜୁ ପଟ୍ଟନାୟକଙ୍କ ପୁଅ ଭାବେ ରାଜନୀତିରେ ପା‌ଦ ଦେବା ଦିନଠାରୁ ସବୁ କ୍ଷେତ୍ରରେ ସଫଳତା ସାଉଁଟି ଚାଲିଛନ୍ତି ନବୀନ । ୨୦୦୦ ମସିହା ପର୍ୟ୍ୟନ୍ତ ଜାତୀୟ ରାଜନୀତିରେ ବେଶ୍ ସକ୍ରିୟ ଥିଲେ । ଆଉ ଏହା ପରଠାରୁ ଲଗାତାର ପାଞ୍ଚ ଥର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିଛନ୍ତି । ଓଡ଼ିଶାର ଅନ୍ୟ କୌଣସି ରାଜନେତାଙ୍କ ଭାଗ୍ୟରେ ଏହା ଜୁଟିନାହିଁ ।

 

Leave A Reply

Your email address will not be published.