ସୃଷ୍ଟି ହେଲା ବଙ୍ଗୋପସାଗରେ ଲଘୁଚାପ

0

ଭୁବନେଶ୍ୱର:  ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ରଟି  ୨୩ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ୨୦ରୁ ୨୩ ପର୍ୟ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହେବାପରେ ତାର ରୂପରେଖ ଜଣାପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ, ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ।

Leave A Reply

Your email address will not be published.