୫୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

0

ନୂଆଦିଲ୍ଲୀ (ଆମ ଟିଭି): ଦେଶରେ ଆଜି ମୋଟ୍ ୩୭ଟି ସ୍ଥାନରେ ନିଯୁକ୍ତି ମେଳାର ଆୟୋଜନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲରେ ଯୋଗଦେବେ । ପ୍ରାୟ ୫୧ ହଜାର ନବନିଯୁକ୍ତଙ୍କୁ ଆନଲାଇନ୍ ମୋଡରେ ନିଯୁକ୍ତିପତ୍ର ପ୍ରଦାନ କରିବେ ମୋଦି । ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଉଦ୍ୟମିତା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ୧୬୦ରୁ ଉର୍ଦ୍ଧ୍ୱ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ ।

ସେହିଭଳି କଟକଠାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଆଦିବାସୀ ବ୍ୟାପାର, ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ୧୧୦ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ । ବିଶାଖାପଟଣାଠାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ୮୦ରୁ ଉର୍ଦ୍ଧ୍ୱ ନବନିଯୁକ୍ତ ପାଇବେ ନିଯୁକ୍ତିପତ୍ର । ରୋଜଗାର ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.