ଭୁବନେଶ୍ୱର(ଆମ ଟିଭି): ପୁଣି ଏକ ଭୟଙ୍କର ଟ୍ରେନ୍ ଦୁର୍ଘଯଣା ଦେଖିବାକୁ ମିଳିିଛି । ଗତକାଲି ସଂଧ୍ୟାରେ ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆସଂକା ରହିଛି । ଟ୍ରେନ୍ ଭିତରେ ଆହୁରି ଲୋକ ଫସି ରହିଥିବା ସୂଚନା ମିଳିଛି । ଆଉ ଏହାରି ଭିତରେ ସ୍ଥିତି ପରଖିବା ପାଇଁ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳକୁ ଗଲେ ରାଜସ୍ୱ ମନ୍ତ୍ରୀ । ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ମେଡିକାଲ ଯାଇ ଆହାତଙ୍କ ଭେଟିବେ ମନ୍ତ୍ରୀ ସୁଦାମ ମାର୍ଣ୍ଡି । ରାଜସ୍ୱ ମନ୍ତ୍ରୀଙ୍କ ସହ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏସଆରସି ଟିମ୍ ।