ପୁରୀରେ ଓଡିଶାର ନବ ନିଯୁକ୍ତ ରାଜ୍ୟପାଳ

0

ପୁରୀ (ଆମ ଟିଭି): ଶ୍ରୀକ୍ଷେତ୍ର ପୁରୀରେ ଓଡିଶାର ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଟାଟାନଗରରୁ ପୁରୁଷୋତମପୁର ଏକ୍ସପ୍ରେସରେ ଆସି ଭୋରରେ ପୁରୀ ପହଞ୍ଚିଥିଲେ । ରେଳ ଷ୍ଟେସନରୁ ସିଧା ରାଜଭବନ ଯାଇ ବିଶ୍ରାମ ନେବା ପରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି । ଏହାପରେ ପୁରୀରୁ ସେ ଭୁବନେଶ୍ୱର ଆସି ରାଜଭବନରେ ରାତ୍ରୀ ଯାପନ କରିବେ ।

ଆସନ୍ତାକାଲି ସକାଳ ୮ଟା ୪୫ ମିନିଟରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରି ଆଶିର୍ବାଦ ନେବେ । ମଙ୍ଗଳବାର ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜଭବନରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା କାର୍ୟ୍ୟସୂଚୀ ରହିଛି । ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ ଅନୁଯାୟୀ ଜେଡ ପ୍ଲସ ସୁରକ୍ଷା ଯୋଗାଇ ଦିଆଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.